Home > କଳା ସଂସ୍କୃତି
ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Khabar Odisha:Art-and-culture-Banakalagi-Rituals-in-Srimandira
ପୁରୀ, ଫେବୃଆରୀ ୧୨ (ଖବର ଓଡ଼ିଶା):

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ହେବ । ବନକଲାଗି ନୀତିର ବିଧି ଅନୁସାରେ ଶ୍ରୀଜୀଉଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବନକଲାଗି ନୀତି ହୋଇଥିବାରୁ ସାଧାରଣ ଦର୍ଶନକୁ ଅପରାହ୍ନ ୪ଟାରୁ ରାତି ୮ଟା ପର‌୍ୟ୍ୟନ୍ତ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ବିଧି ଗୁପ୍ତସେବା ସମ୍ପାଦନ କରାଯିବ । ଆଜି ବୁଧବାର ଥିବାରୁ ଶ୍ରୀମନ୍ଦିରରେ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୪ଟାରୁ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ । କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ତେବେ ଶ୍ରୀଜୀଉଙ୍କର ଶ୍ରୀମୁଖ ସିଂହାର ପାଇଁ ହିଙ୍ଗୁଳ, ଶଂଖ, କେଶର, କଇଁଥ, ଅଠା, କର୍ପୂର, କଜ୍ୱଳ, କସ୍ତୁରୀ, ହରିତାଳ ଓ ତେଲର ସମ୍ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ । ଏହି ବିଶେଷ ନୀତି ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ସମ୍ପାଦନ କରାଯାଇଥାଏ । ଏହି ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

  • Tags: