Home > ଅନ୍ତରାଷ୍ଟ୍ରୀୟ
ତୁର୍କୀରେ ୬.୭ ତୀବ୍ରତାର ଭୂକମ୍ପ, ୧୪ ମୃତ
Khabar Odisha:International-Turkey-earthquake-toll-rises-to-14-dead-lakh-of-property-destroyed-people

ଇସ୍ତାନବୁଲ, ଜାନୁଆରୀ ୨୫ (ଖବର ଓଡ଼ିଶା): ତୁର୍କୀରେ ଶୁକ୍ରବାର ଅନୁଭୂତ ହୋଇଥିବା ଭୂକମ୍ପରେ ୧୪ ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ଭୂକମ୍ପ ଯୋଗୁଁ ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୭ ମପାଯାଇଛି । ଭୂକମ୍ପ ଯୋଗୁଁ ପାଖାପାଖି ୧୦ଟି କୋଠାଘର ଭୁଶୁଡ଼ିପଡ଼ିଛି । ସବୁଠାରୁ ଅଧିକ କ୍ଷୟକ୍ଷତି ହୋଇଛି ପୂର୍ବ ଇଲାଜିଙ୍ଗ ରାଜ୍ୟରେ । 

ଜଣେ ସରକାରୀ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି, ପ୍ରଭାବିତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଅନୁସାରେ ଆହତମାନଙ୍କ ମଧ୍ୟରୁ ୨ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି । 

ଭୂକମ୍ପ ଆସିବା ସମୟରେ ୧୫ ଥର ଝଟକା ଅନୁଭୂତ ହୋଇଥିଲା ଏବଂ ଏଥିରେ ଲୋକେ ଭୟଭୀତ ହୋଇଯାଇଥିଲେ । ଭୂକମ୍ପ ଝଟକା ତୁର୍କୀର ପଡୋଶୀ ଇରାକ, ଇରାନ, ସିରିଆ ଓ ଲେବାନନରେ ମଧ୍ୟ ଅନୁଭୂତ ହୋଇଥିଲା । ମାତ୍ର ଏହି ଦେଶଗୁଡ଼ିକରେ କୌଣସି କ୍ଷୟକ୍ଷତି ହୋଇନାହିଁ । 

 

  • Tags: