Home > ସଂମ୍ପୂର୍ଣ୍ଣ ଖବର
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ ଥିବା ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ମିଳିବ ଆଗୁଆ 4 ମାସର ଦରମା
Khabar Odisha:Chief-Minister-Naveen-Patnaik-announces-advance-salary-payment-to-all-doctors-and-paramedical-staff
ଭୁବନେଶ୍ୱର, ମାର୍ଚ୍ଚ ୨୫ (ଖବର ଓଡ଼ିଶା):

କରୋନା ମୁକାବିଲା ନେଇ ବୁଧବାର ଭିଡିଓ ଜାରି କରି ପୁଣି ଏକ ବଡ଼ ଘେ‌ାଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲା ନେଇ ବିଭିନ୍ନ ସରକାରୀ ଡାକ୍ତରଖାନାରେ ନିୟୋଜିତ ଥିବା ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଲାଗି ସେମାନଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ଘୋଷଣା କରିଛନ୍ତି ରାଜ୍ୟସରକାର ।

ସେମାନଙ୍କୁ ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଦରମା ଏପ୍ରିଲ ମାସ ଦରମାରେ ଏକା ସାଙ୍ଗରେ ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନେ ସ୍ୱାଗତ କରିଛନ୍ତି । ଏଥିସହ ପ୍ରତିକୂଳ ପରିସ୍ଥିତିରେ ରୋଗୀଙ୍କୁ ସେବା ଯୋଗାଉଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟ ପକ୍ଷରେ ସେ କହିଛନ୍ତି ଯେ ଯେଉଁମାନେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ କାର୍ଯ୍ୟରେ ଅଯଥାରେ ଦଖଲ ଦେବେ ଓ ସେମାନଙ୍କୁ ଦୁର୍ବବ୍ୟବହାର କରିବେ, ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ଏକ ଭିଡିଓ ବାର୍ତ୍ତା ଜାରିକରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

  • Tags: