Home > ସଂମ୍ପୂର୍ଣ୍ଣ ଖବର
ଭାରତରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ, ୨୪ ଘଣ୍ଟାରେ ୬ ହଜାର ୮୮ ଟି ଆକ୍ରାନ୍ତ ଚିହ୍ନଟ, ଗଲାଣି ୧୪୮ ଜଣଙ୍କ ଜୀବନ
Khabar Odisha:National-118000-crossed-Corona-positive-in-India
ନୂଆଦିଲ୍ଲୀ, ମେ ୨୨ (ଖବର ଓଡ଼ିଶା):

 ମହାମାରୀ କରୋନା କରୋନାକୁ ନେଇ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ଜଟିଳ ହେବାରେ ଲାଗିଛି ।  ଲକ୍ ଡାଉନ୍ ସତ୍ତ୍ଵେ ଦେଶରେ  ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ପାର ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩ ହଜାର ୫ ଶହ ଟପିଲାଣି ।

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦବେଗଜନକ ଭାବେ ବଢ଼ିବାରେ ଲାଗୁଚି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୬୦୮୮  ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହା ପୂର୍ବ ଅପେକ୍ଷା ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ । ଏହାସହ ୧୪୮ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।         କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧ ଲକ୍ଷ ୧୮ ହଜାର ୪୪୭ ରେ ପହଂଚିଛି ।  ଏପର୍ଯ୍ୟନ୍ତ ଭାରତରେ ୩ ହଜାର ୫୮୩ ଜଣଙ୍କ ମୃତ୍ୟୁ ଘଟିଛି । 

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୪୮,୫୩୪ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ ,୬୨୪ ସକ୍ରିୟ ଅଛନ୍ତି।ଏବେ ୬୬ ହଜାର ୩୩୦ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । 

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ୪୧ ହଜାର ୬୪୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ  ୧୪୫୪ ଜଣ ଜୀବନ ହରାଇଛନ୍ତି । ଗୁଜୁରାଟରେ ୭୭୩, ମଧ୍ୟପ୍ରଦେଶରେ ୨୭୦, ଓ ପଶ୍ଚିମବଙ୍ଗରେ ୨୫୯  ଜଣ ଲୋକ ଜୀବନ ହରାଇଛନ୍ତି । ସେହିପରି ରାଜସ୍ଥାନରେ ୧୫୧, ଦିଲ୍ଲୀରେ ୧୯୪ ଓ ତାମିଲନାଡୁରେ ୯୪ ଜଣ ଜୀବନ ହାରିଛନ୍ତି ।  

ବିଶ୍ୱର ପ୍ରାୟ ୨୧୩ରୁ ଅଧିକ ଦେଶକୁ ବ୍ୟାପିଥିବା ଏହି ମହାମାରୀ କରୋନା ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି ।

  • Tags: