Home > ସଂମ୍ପୂର୍ଣ୍ଣ ଖବର
ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ରାଜ୍ୟବାସୀ ସାହାସର ସହିତ ମୁକାବିଲା କରନ୍ତୁ – ଧର୍ମେନ୍ଦ୍ର ପ୍ରଧାନ
Khabar Odisha:state-news-union-minister-dharmendra-Pradhan-twits-for-upcoming-cyclone-bulbul
ଭୁବନେଶ୍ୱର, ନଭେମ୍ବର 08(ଖବର ଓଡିଶା) –

ରାଜ୍ୟବାସୀ ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ସାହସର ସହିତ ମୁକାବିଲା କରନ୍ତୁ ବୋଲି ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍’ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି  । 

ଶ୍ରୀ ପ୍ରଧାନ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍’ ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଯଥା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।  

ଏଭଳି ପ୍ରାକୃତିକ ଦୁର୍ବିପାକ ସମୟରେ ସାଧାରଣ ଲୋକମାନେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କତାକୁ ମାନନ୍ତୁ । ଆମେ ଏହି ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ସାହାସର ସହିତ ମୁକାବିଲା କରିବା । ବିଶେଷ ଭାବରେ ଯୁବପିଢିମାନେ ଏହି ବିପଦ ଘଡିରେ ଲୋକମାନଙ୍କୁ ସାହାଯ୍ୟ ଓ ସହଯୋଗର ହାତ ବଢାନ୍ତୁ ବୋଲି ସେ ଆହ୍ୱାନ କରିଛନ୍ତି  । 

ବିଜେପିର କାର୍ଯ୍ୟକର୍ତ୍ତାମାନେ ମଧ୍ୟ ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ଲୋକମାନଙ୍କ ସହ ଠିଆ ହେବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିବା ସହ ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍’ ପ୍ରଭାବରେ କାହାର କିଛି କ୍ଷତି ନହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ଶ୍ରୀ ପ୍ରଧାନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି  ।