Home > ରାଜ୍ୟ
ରାଜ୍ୟରେ ଆୟୁଷ୍ମାନ ଯୋଜନାକୁ ତୁରନ୍ତ ଲାଗୁ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Khabar Odisha:Dharmendra-Pradhan-appeals-Odisha-Chief-Minister-Naveen-Patnaik-to-implement-Ayushman-Bharat-scheme-in-the-State
ନୂଆଦିଲ୍ଲୀ, ମାର୍ଚ୍ଚ ୨୪ (ଖବର ଓଡ଼ିଶା):

ରାଜ୍ୟରେ ଆୟୁଷ୍ମାନ ଯୋଜନାକୁ ତୁରନ୍ତ ଲାଗୁ କରିବାକୁ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କର ଗରିବ ଲୋକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ ଥିବା ଆୟୁଷ୍ମାନ ଯୋଜନାକୁ ଲାଗୁ କରିବାକୁ ସେ ଟ୍ୱିଟ କରି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଓଡିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରି ରାଜ୍ୟର ସମସ୍ତ ଗରିବ ପରିବାରକୁ ସହାୟତା ପ୍ରଦାନ କରିବାକୁ କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଏପରି ଘଡିସନ୍ଧି ମୂହୁର୍ତ୍ତରେ ସାରା ଦେଶରେ ବିଭିନ୍ନ ସ୍ଥାନରେ ରହୁଥିବା ଓଡିଆଙ୍କୁ ଚିକିତ୍ସା ପାଇଁ ସହଯୋଗର ହାତ ବଢାଇବା ଅତ୍ୟନ୍ତ ଜରୁରୀ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • Tags: